Fakir mohan senapati autobiography of a facebook

  • Fakir mohan senapati autobiography of a facebook
  • Fakir mohan senapati autobiography of a facebook cover!

    ଫକୀର ମୋହନ ସେନାପତି

    ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।[୧]

    ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।

    ଜୀବନ କାଳ

    [ସମ୍ପାଦନା]

    ପିଲାବେଳ

    [ସମ୍ପାଦନା]

    ୧୩ ଜାନୁଆରୀ ୧୮୪୩ରେ ମକର ସଂକ୍ରାନ୍ତି ଦିନ ବାଲେଶ୍ୱର ଜିଲ୍ଲାର ମଲ୍ଲିକାଶପୁର ଗାଆଁର ଲକ୍ଷ୍ମଣ ଚରଣ ସେନାପତି ଓ ତୁଳସୀ ଦେବୀ ସେନାପତିଙ୍କ ଔରସରୁ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ଏକ ବର୍ଷ ପାଞ୍ଚ ମାସ ବୟସ ବେଳେ ତାଙ୍କ ପିତା ଲକ୍ଷ୍ମଣ ଚରଣ ସେନାପତିଙ୍କର ମୃତ୍ୟୁ ଘଟିଲା । ଏହାର ମାତ୍ର ୧୪ ମାସ ପରେ ତାଙ୍କ ମାତା ତୁଳସୀ ଦେବୀ ମଧ୍ୟ ଈହଧାମ ତ୍ୟାଗ କରିଥିଲେ । ବାଲ୍ୟକାଳରୁ ତାଙ୍କର ଲାଳନପାଳନ ଭାର ତାଙ୍କର ଜେଜେମା ସମ୍ଭାଳିଥିଲେ ।[୧]

    ଫକୀରମୋହନଙ୍କ ପ୍ରକୃତ ନାମ ଥିଲା ବ୍ରଜମୋହନ । ବାଲ୍ୟକାଳରେ ସେ ପ୍ରାୟତଃ ଅସୁସ୍ଥ ରହୁଥିବାରୁ ତାଙ୍